ଭୁବନେଶ୍ବରର ଅନ୍ୟତମ ଆକର୍ଷଣ କେନ୍ଦ୍ର ହେବ ଶିଖରଚଣ୍ଡୀ ମନ୍ଦିର

ଶିଖରଚଣ୍ଡୀ ମନ୍ଦିର ଓ ଏହାର ପାରିପାର୍ଶ୍ବିକ ଅଞ୍ଚଳର ଉନ୍ନୟନ କରାଯାଇ ଏହାକୁ ଭୁବନେଶ୍ବର ସହରର ଅନ୍ୟତମ ଆକର୍ଷଣ କେନ୍ଦ୍ର ଭାବରେ ବିକଶିତ କରାଯିବ।

ଶିଖରଚଣ୍ଡୀ ମନ୍ଦିର ଓ ଏହାର ପାରିପାର୍ଶ୍ବିକ ଅଞ୍ଚଳର ଉନ୍ନୟନ କରାଯାଇ ଏହାକୁ ଭୁବନେଶ୍ବର ସହରର ଅନ୍ୟତମ ଆକର୍ଷଣ କେନ୍ଦ୍ର ଭାବରେ ବିକଶିତ କରାଯିବ। ୫୩.୬୪ ଏକର ଅଞ୍ଚଳରେ ଏହି ଉନ୍ନତି କାର୍ଯ୍ୟ କରାଯିବ ଏବଂ ଏଥିପାଇଁ ୨୫ କୋଟି ଟଙ୍କା ଖର୍ଚ୍ଚ କରାଯିବ। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଏହି ମାଷ୍ଟରପ୍ଲାନକୁ ଅନୁମୋଦନ ଦେଇଛନ୍ତି। ସୂଚନାଯୋଗ୍ୟ ଯେ ଗତ କିଛି ଦିନ ତଳେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଶିଖରଚଣ୍ଡୀ ମନ୍ଦିର ପରିଦର୍ଶନ କରି ଏହାର ମାଷ୍ଟରପ୍ଲାନ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।

ଆଜି ସଂଧ୍ୟାରେ ଅନୁଷ୍ଠିତ ଏକ ବୈଠକରେ ବିଡିଏର ଉପାଧ୍ୟକ୍ଷ ଶ୍ରୀ ବଲବନ୍ତ ସିଂହ ଏଥିପାଇଁ ପ୍ରସ୍ତୁତ ମାଷ୍ଟରପ୍ଲାନ ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ। ଏହି ଯୋଜନା ଅନୁଯାୟୀ ମନ୍ଦିର ଓ ଏହାର ଆଖପାଖ ଅଞ୍ଚଳର ୫୩.୬୪ ଏକର ଜମିରେ ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ କରାଯିବ। ବିଡିଏ ଏହି ଉନ୍ନୟନ କାର୍ଯ୍ୟ କରିବା ସହିତ ଆଗକୁ ମଧ୍ୟ ଏହି ଅଞ୍ଚଳର ପରିଚାଳନା ଦାୟିତ୍ବ ଗ୍ରହଣ କରିବ।

ମାଷ୍ଟରପ୍ଲାନ ଅନୁଯାୟୀ ସମୁଦାୟ ଅଞ୍ଚଳକୁ ୪ଟି ଜୋନ୍‌ରେ ବିଭକ୍ତ କରାଯାଇଛି। ଜୋନ୍‌-୧ରେ ପାର୍କିଂ, ସାଧାରଣ ଲୋକଙ୍କ କ୍ରୀଡା ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ପାଇଁ ସ୍ଥାନର ଉନ୍ନତିକରଣ ଓ ଅନ୍ୟାନ୍ୟ ସୁବିଧାର ବିକାଶ କରାଯିବ। ଜୋନ୍‌-୨ରେ ଭିୟୁ ପଏଣ୍ଟ ଓ ଟ୍ରେକିଂ ରୁଟ ରହିବ। ଜୋନ-୩ ଓ ୪ ରେ ମନୋରଞ୍ଜନ ମୂଳକ କାର୍ଯ୍ୟପାଇଁ ଭିତ୍ତିଭୂମି, କମ୍ୟୁନିଟି ସେଣ୍ଟର, ମୁଖ୍ୟ ମନ୍ଦିରର ଉନ୍ନତିକରଣ, ଦୋକାନ ଗୃହ ଓ ଅନ୍ୟାନ୍ୟ ସୁବିଧାର ବ୍ୟବସ୍ଥା କରାଯିବ।

Rate this post

Subscribe to our Newsletter

Leave a Comment